ନୂଆରୂପ ପାଇଛି ଉତ୍କଳମଣୀଙ୍କ ଜନ୍ମମାଟି । ଐତିହାସିକ ଗ୍ରାମରେ ରୂପାନ୍ତରିତ ହୋଇଛି ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ । ଆଜି ସୁଆଣ୍ଡୋ ଯାଇ ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ବର ବିମାନବନ୍ଦରରୁ ଦିନ ୧୦ଟା ୪୫ମିନିଟରେ ବାହାରି ୧୧ଟାରେ ସୁଆଣ୍ଡୋରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ପ୍ରଥମେ ଶିବ ମନ୍ଦିରକୁ ଯାଇ ପୁଷ୍ପାଞ୍ଜଳି ପ୍ରଦାନ କରି ଷଠିଘର ବୁଲିବେ ମୁଖ୍ୟମନ୍ତ୍ରୀ । ପରେ ପରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ ନବୀନ। ଜନ୍ମମାଟିର ନବକଳେବର କରାଯାଇଥିବା ବେଳେ ଗ୍ରାମରେ ଗୋପବନ୍ଧୁଙ୍କ ସ୍ମୃତି ବହନ କରୁଥିବା ସବୁ ସ୍ଥାନର ବିକାଶ କରାଯାଇଛି । ୨୫ କୋଟି ଟଙ୍କା ବ୍ୟୟରେ ଗାଁର ବିକାଶ କରାଯାଇଥିବା ବେଳେ ପ୍ରକଳ୍ପ ଭିତରେ ରହିଛି ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ ବାସଗୃହ, ଗ୍ରାମରାସ୍ତା, ଜନ୍ମପୀଠ ପରିକ୍ରମା ରାସ୍ତା, ଗୋପବନ୍ଧୁଙ୍କ ସ୍ମୁତି ସଂଗ୍ରହାଳୟ, ସୂଚନା କେନ୍ଦ୍ର, ଆତିଥ୍ୟ କେନ୍ଦ୍ର, ଶିଶୁ ପାର୍କ, ଉତ୍କଳମଣୀଙ୍କ ପ୍ରାୟ ୧୫ ଫୁଟ ଉଚ୍ଚର ପ୍ରତିମୂର୍ତ୍ତି ଓ ଷଠିଘର ନିର୍ମାଣ।ଘରେ ଥିବା ଢିଙ୍କି, ଲଣ୍ଠନ, ଲୋଟା, ଖଟ ଉତ୍କଳମଣୀଙ୍କ ସ୍ମୃତିକୁ ତାଜା କରୁଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି