ନୂଆବର୍ଷରୁ ଭକ୍ତଙ୍କ ପାଇଁ ଆରମ୍ଭ ହେବ ନୂଆ ଦର୍ଶନ ବ୍ୟବସ୍ଥା । ବଡ଼ଦାଣ୍ଡ ଦେଇ ଆସୁଥିବା ଭକ୍ତଙ୍କୁ ମରିଚିକୋଟ ଛକରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପର୍ଯ୍ୟନ୍ତ ନୂଆ କରି ତିଆରି ହୋଇଥିବା ସେଡରେ ଦର୍ଶନ ପାଇଁ ଛଡ଼ାଯିବ । ସେହିପରି ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂରୁ ବଡଦାଣ୍ଡ ଦେଇ ଆସୁଥିବା ଭକ୍ତ ଶୀତତାପ ନିୟନ୍ତ୍ରିତ ସିଡ୍ ଦେଇ ଆସି ଶ୍ରୀମନ୍ଦିର କାର୍ଯ୍ୟାଳୟ ଅଭ୍ୟର୍ଥନା କେନ୍ଦ୍ରରେ ପହଂଚିବେ । ତେବେ ପୁରୀ ସହରବାସୀଙ୍କ ପାଇଁ କୌଣସି କଟକଣା ରହିବ ନାହିଁ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ବିଶେଷ ଦିନକୁ ଛାଡି ଦେଲେ ଅନ୍ୟ ଦିନମାନଙ୍କରେ ଚାରି ଦ୍ୱାର ଦେଇ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇପାରିବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା