() ୨୪ତମ ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ । ଗୃହରେ ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ନାମ ଘୋଷଣା କଲେ ଉପବାଚସ୍ପତି ରଜନୀକାନ୍ତ ସିଂ । ତେବେ ପଦବୀ ପାଇବାପରେ ପଦ ମର୍ଯ୍ୟାଦା ରକ୍ଷା ସହ ଗୃହ ସୁପରିଚାଳନା କରିବାକୁ ପ୍ରୟାସ କରିବି ବୋଲି କହିଛନ୍ତି ଆରୁଖ । ଏଥିସହ ସମସ୍ତ ଶାସକ ଓ ବିରୋଧୀ ଦଳ ନେତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ତେବେ ୧୯୯୫ ମସିହାରୁ ଲଗାତାର ଭାବେ ଭଞ୍ଜନଗରରୁ ବିଧାନସଭାକୁ ନିର୍ବାଚିତ ହୋଇ ଆସୁଥିଲେ ବିକ୍ରମ କେଶରୀ ଆରୁଖ । ସେପଟେ ନୂଆ ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ମୁଖ୍ୟମନ୍ତ୍ରୀଙ୍କ ସହ ଅର୍ଥ ଆୟୋଗର ଗୁରୁତ୍ବପୂର୍ଣ୍ଣ ବୈଠକ