ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲା । ଗିରଫ ଅଭିଯୁକ୍ତ ପଠାଣି ସାମନ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ STF । ଆଜିଠାରୁ ୫ ଦିନିଆ ରିମାଣ୍ଡରେ ନେଇପାରେ STF । ୭ ଦିନ ରିମାଣ୍ଡରେ ନେବା ପାଇଁ ଆବେଦନ କରିଥିଲା । ଗୁଡୁ କୁମାର ଲିଙ୍କରେ ହେବ ଅଧିକ ପଚରାଉଚରା । ସିଲିଗୁଡି ଥାନାରେ ପଠାଣିସାମନ୍ତ ନାଁରେ ପୂର୍ବରୁ ରହିଛି ମାମଲା । ରିମାଣ୍ଡ ସରିବା ପରେ ଝାରପଡ଼ା ଜେଲରେ ପଠାଣିସାମନ୍ତକୁ ଜେରା କରିବ NIA । ପଠାଣିସାମନ୍ତ ଓ ଅଭିଜିତ ସଞ୍ଜୟ ଜାମ୍ବୁରେକୁ ମୁହାଁମୁହିଁ ଜେରା ହୋଇପାରେ । ଦୁବାଇ, ପାକିସ୍ତାନ ବୁଲିବାକୁ ଯାଇଥିଲେ ସଞ୍ଜୟ, ପଠାଣି ଓ ଗୁଡୁ । ସେଠାରେ ଦେଶର କିଛି ଗୁଇନ୍ଦା ତଥ୍ୟ ଲିକ୍ କରିଥିବା ନେଇ ସୁରାକ ମିଳିଛି । ହନିଟ୍ରାପ୍ ଓ ପାକିସ୍ତାନ ଗୁଇନ୍ଦା ଏଜେଣ୍ଟ ଲିଙ୍କ୍ ନେଇ ହେବ ଅଧିକ ପଚରାଉଚରା । ପୂର୍ବରୁ ଏନେଇ ଇଣ୍ଟେଲିଜେନ୍ସ ବ୍ୟୁରୋ ସହ ଯୋଗାଯୋଗରେ ରହିଛି STF । ଅଭିଯୁକ୍ତଙ୍କୁ ଜେରା କରିଛି ମୁମ୍ବାଇ ଆଣ୍ଟି ଟେରରିଷ୍ଟ ସ୍କ୍ବାର୍ଡ । ମ୍ୟୁଲ ଆକାଉଣ୍ଟ ଓ ପ୍ରି ଆକ୍ଟିଭେଟେଡ୍ ସିମ୍ ଜରିଆରେ ଚଳାଇଥିଲେ କାରବାର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା