ଆଜି ଶିଶୁଦିବସ । ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହରୁଙ୍କ ଜନ୍ମଦିନ । ଏହି ଅବସରରେ ଦେଶର ବିଭିନ୍ନ ସ୍କୁଲରେ ଶିଶୁ ଦିବସ ପାଳନ ହେଉଛି । ଶିଶୁଙ୍କ ଅଧିକାର, ଶିକ୍ଷା ଓ ମଙ୍ଗଳ ପାଇଁ ଶିଶୁ ଦିବସ ପାଳନ କରାଯାଏ । ଶିଶୁମାନଙ୍କୁ ପଣ୍ଡିତ ଜବାହରଲାଲ ନେହରୁ ବହୁତ ଶ୍ରଦ୍ଧା କରୁଥିଲେ । ପିଲାମାନଙ୍କୁ ଈଶ୍ବରଙ୍କ ରୂପ ମନେକରୁଥିଲେ । ଶିଶୁମାନଙ୍କ ସହ ନେହେରୁ ସମୟ ଅତିବାହିତ କରିବାକୁ ଭଲ ପାଉଥିଲେ । ସବୁବେଳେ ପିଲାମାନଙ୍କର ସଂସ୍କାର ଓ ଉତ୍ତମ ଶିକ୍ଷା ଉପରେ ଧ୍ୟାନ ରଖୁଥିଲେ ନେହେରୁ । ଦେଶର ଆଗାମୀ ପିଢ଼ି ଶିଶୁମାନେ ହୋଇଥିବାରୁ ସେମାନଙ୍କ ଶାରିରୀକ ଓ ମାନସିକ ବିକାଶ ନେଇ ସବୁବେଳେ ଧ୍ୟାନ ଦେଇଆସୁଥିଲେ । ୧୯୬୪ ମସିହା ମଇ ୨୭ରେ ନେହରୁଙ୍କ ପରଲୋକ ହୋଇଥିଲା । ସେହି ବର୍ଷଠାରୁ ତାଙ୍କର ଜନ୍ମଦିନକୁ ଶିଶୁଙ୍କ ପାଇଁ ଉତ୍ସର୍ଗ କରାଯାଇଥିଲା । ଯାହାକି ପ୍ରତ୍ୟେକ ବର୍ଷ ନଭେମ୍ବର ୧୪ ତାରିଖକୁ ଶିଶୁଦିବସ ରୂପେ ପାଳନ କରାଯାଉଛି । ଏଥିସହ ପଣ୍ଡିତ ଜବାହରଲାଲ ନେହରୁଙ୍କୁ ମଧ୍ୟ ନବଭାରତ ନିର୍ମାତା ବୋଲି କୁହାଯାଉଛି । ଜବାହାର ଲାଲ ନେହେରୁ ସମସ୍ତଙ୍କ ପ୍ରିୟ ଚାଚା ନେହେରୁ ନାମରେ ବେଶ୍ ପରିଚିତ ଥିଲେ ।
More Stories
ମହିଳାଙ୍କୁ ଦେଖି ଉଲଗ୍ନ ହେଉଛି ଯୁବକ, ସିସିଟିଭିରେ କଏଦ୍ ଅସଭ୍ୟ କାଣ୍ଡ
ସୁଭଦ୍ରା ପୋର୍ଟାଲରେ ବାହାରିଲା ଅଯୋଗ୍ୟ ଲିଷ୍ଟ, କିଏ ଦେଇଛି ବାଦ୍
ବାତ୍ୟା ବାଲେଶ୍ବରରେ କରିପାରେ ଲ୍ୟାଣ୍ଡଫଲ୍, ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା