ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ୪୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ୧୨ ତାରିଖରୁ ୧୫ ତାରିଖ ଓ ୧୬ରୁ ୧୭ତାରିଖ ଦୁଇଟି ପର୍ଯ୍ୟାୟରେ ହୋଇଛି ସୁରକ୍ଷା ବ୍ୟବସ୍ଥା । ସାରା ସହରରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଜାନୁଆରୀ ୧୭ ତାରିଖ ପୌଷ ଶୁକ୍ଳ ସପ୍ତମୀ ତିଥିରେ ଲୋକାର୍ପିତ ହେବ ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ଆଜିଠାରୁ ଆରମ୍ଭ ହେଉଛି ପୂଜାକାର୍ଯ୍ୟ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ୬ ଦିନବ୍ୟାପୀ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବର କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଉତ୍ସବର ପରିବର୍ତ୍ତିତ ତାରିଖ ଓ ଧାର୍ଯ୍ୟ ଶୁଭବେଳାକୁ ଶ୍ରୀମନ୍ଦିର ପରିଚାଳନା କମିଟି ଆଜି ଚୂଡ଼ାନ୍ତ ମୋହର ମାରିଛି । ନିଷ୍ପତ୍ତି ଅନୁସାରେ, ଜାନୁଆରୀ ୧୭ ଅପରାହ୍ନ ୧ଟା ୧୫ରୁ ସାଢ଼େ ୧ଟା ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଏହାର ଫଳକ ଲୋକାର୍ପଣ କରିବେ । ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ସିଧାସଳଖ ଆସି ଦୋଳବେଦି କୋଣରେ ରହିବ । ସାଢ଼େ ୧ଟାରୁ ୨ଟା ଭିତରେ ଗଜପତି ମହାରାଜା ଯଜ୍ଞର ପୂର୍ଣ୍ଣାହୁତି ଦେବେ । ପରେ ନିମନ୍ତ୍ରିତ ଅତିଥି ପରିକ୍ରମା ପ୍ରକଳ୍ପର ଅନ୍ତଃ ପ୍ରଦକ୍ଷିଣ କରିବେ ।
“The eyes believe themselves, the ears believe other people.”
More Stories
ପ୍ୟାଣ୍ଟ ପଛ ପକେଟରେ ପର୍ସ ରଖୁଛନ୍ତି କି..
12ଟି ରାଶି ଉପରେ କଣ ରହିବ ମହାଶିବରାତ୍ରିର ପ୍ରଭବ
ଜାଣନ୍ତୁ ଶିବରାତ୍ରିର ପୂଜା ବିଧି, ମନ୍ତ୍ର, ସମୟ, ଉପବାସର ସମ୍ପୂର୍ଣ୍ଣ ନିୟମ