OPSC ପରୀକ୍ଷା, ୨୦୨୧ର ଫଳ ପ୍ରକାଶନ ଉପରୁ ହଟିଲା ଅଙ୍କୁଶ । ପରୀକ୍ଷା ଫଳ ଉପରୁ ଅଙ୍କୁଶ ହଟାଇଲେ ହାଇକୋର୍ଟ । ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀଙ୍କ ଆବେଦନର ପ୍ରାରମ୍ଭିକ ଶୁଣାଣି କରି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । କୋର୍ଟଙ୍କ ବିନା ଅନୁମତିରେ ନିଯୁକ୍ତି ପ୍ରକ୍ରିୟାର ଫଳାଫଳ ପ୍ରକାଶ କରାଯିବ ନାହିଁ ବୋଲି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଫଳରେ ସମଗ୍ର ସିଭିଲ୍ ସର୍ଭସ୍ ପରୀକ୍ଷା ଫଳ ଉପରେ ପରୋକ୍ଷରେ କଟକଣା ରହିଥିଲା । ଏହି ଅନ୍ତରୀଣ ନିର୍ଦ୍ଦେଶରେ ପରିବର୍ତ୍ତନ ପ୍ରସଙ୍ଗ ନେଇ OPSC କୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲା । ଅଙ୍କୁଶ ଯୋଗୁଁ ଅନ୍ୟ ଶତାଧିକ ପ୍ରାର୍ଥୀ ପ୍ରଭାବିତ ହେବେ ବୋଲି ଆବେଦନରେ ଉଲ୍ଲେଖ କରିଥିଲା OPSC । ହାଇକୋର୍ଟ ଓପିଏସ୍ସି ଆବେଦନର ଶୁଣାଣି କରି ପୂର୍ବ ନିର୍ଦ୍ଦେଶରେ ପରିବର୍ତ୍ତନ କରିଛନ୍ତି । ଗୋଟିଏ ପଦବୀ ସଂରକ୍ଷିତ ରଖିବାକୁ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ପଦବୀରେ ହାଇକୋର୍ଟଙ୍କ ବିନା ଅନୁମତିରେ ନିଯୁକ୍ତି ଦିଆଯିବ ନାହିଁ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି