ସାରା ରାଜ୍ୟରେ ପ୍ରବଳ ଖରା । ଜାରି ରହିଛି ପ୍ରଖର ଗ୍ରୀଷ୍ମ ପ୍ରବାହ । ୪୦ ଡିଗ୍ରୀ ଉପରେ ରାଜ୍ୟର ଅଧାରୁ ଅଧିକ ସହର । ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ଏଭଳି ପାଗ ଜାରି ରହିବ । ଆଜି ପ୍ରବଳ ତାତି ପାଇଁ ୮ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି ବିଶ୍ବର ସବୁଠୁ ଉତ୍ତପ୍ତ ସହର ତାଲିକାର ଶୀର୍ଷରେ ଥିଲା ବାରିପଦା । ଏଠାରେ ତାପମାତ୍ରା ଥିଲା ୪୩. ୫ ଡିଗ୍ରୀ ସେଲସିୟସ । ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୭ ଜିଲ୍ଲାକୁ ହିଟ୍ ଆଲର୍ଟ ଜାରି ହୋଇଛି । ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୪୦ ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ । ଆସନ୍ତା ୨ଦିନ ମଧ୍ୟରେ ରାଜ୍ୟରେ ସ୍ବାଭାବିକ୍ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି