ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ଏହି ସ୍ଥିତି ଆଗକୁ କିଛିଦିନ ପାଇଁ ଜାରି ରହିବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନର ତାପମାତ୍ରାରେ ବିଶେଷ କୌଣସି ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରି ଉପରେ ରହିବ। ବିଶେଷ କରି ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ଆସନ୍ତା ୪ ଦିନ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କାଳବେଶାଖୀ ବର୍ଷା ହୋଇପାରେ। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୨୩ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ଓ ବର୍ଷା ହେବାର ସମ୍ଭାବନା ରହିଛି
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍