କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବି । ପୁଣି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୮ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ କର୍ମଚାରୀଙ୍କ ପାଇଁ ଅର୍ଥନୈତିକ ମେରୁଦଣ୍ଡ କେନ୍ଦୁପତ୍ର । ରାଜ୍ୟରେ ମୁଖ୍ୟତଃ ଆଦିବାସୀ ଏହି କାର୍ଯ୍ୟରେ ନିୟୋଜିତ ଥାଆନ୍ତି । ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ଜଙ୍ଗଲ ଅଧିବାସୀ ଆଇନ ୨୦୦୬ ଆଧାରରେ ଆଦିବାସୀ କେନ୍ଦୁପତ୍ର ସଂଗ୍ରହ କରିଥାନ୍ତି । କେନ୍ଦୁପତ୍ର ଉପରୁ ୧୮ପ୍ରତିଶତ ଜିଏସଟି ଆଦାୟ ହେଉଛି । ଏହା ସିଧାସଳଖ କେନ୍ଦୁପତ୍ର ତୋଳାଳି, କର୍ମଚାରୀ ଓ ବନ୍ଧାଳିଙ୍କ ସାମାଜିକ ସୁରକ୍ଷାକୁ ପ୍ରଭାବିତ କରୁଛି । ତେଣୁ କେନ୍ଦୁପତ୍ର ତୋଳାଳିଙ୍କ ସମୂହ ସ୍ବାର୍ଥ ପାଇଁ କେନ୍ଦୁପତ୍ର ଉପରୁ ସଂପୂର୍ଣ୍ଣ ଜିଏସଟି ଛାଡ କରିବାକୁ ଦାବି ଦୋହରାଇଛନ୍ତି ନବୀନ । ଏହାପୂର୍ବରୁ ଗତ ନଭେମ୍ବର ୨୫ତାରିଖରେ କେନ୍ଦ୍ରକୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ । ସଂସଦରେ ମଧ୍ୟ କେନ୍ଦୁପତ୍ର ଉପରୁ ଜିଏସଟି ଛାଡ଼ ପାଇଁ ବିଜେଡି ସାଂସଦ ଦାବି ଉଠାଇଥିଲେ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା