ପୁଣି ବଢିଲା ଓମଫେଡ୍ କ୍ଷୀର ଦର । ପ୍ୟାକେଟ୍ ପିଛା ଦୁଇ ଟଙ୍କା ମୂଲ୍ୟ ବୃଦ୍ଧି ନେଇ ଓମଫେଡ ପକ୍ଷରୁ ସୂଚନା । ଆସନ୍ତା ଏପ୍ରିଲ ୧ ରୁ ନୂଆ ଦର ଲାଗୁ ହେବ ବୋଲି ଓମଫେଡ କହିଛି । ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ଷୀର ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ନୂଆ ଦର ଲାଗୁ ହେବା ଫଳରେ ୫୦୦ ଏମଏଲ ଟୋନଡ କ୍ଷୀର ମୂଲ୍ୟ ୨୧ ଟଙ୍କାରୁ ୨୩ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ୫୦୦ ଏମଏଲ ପ୍ରିମିୟମ କ୍ଷୀର ଓ ଗୋଲ୍ଡ କ୍ଷୀରର ଦାମ ୨୪ ଟଙ୍କାରୁ ୨୬ ଟଙ୍କା ବୃଦ୍ଧି ପାଇଛି । ଚା ସ୍ପେଶାଲ କ୍ଷୀର ମୂଲ୍ୟ ୨୩ ଟଙ୍କାରୁ ୨୫ ଟଙ୍କାକୁ ବୃଦ୍ଧି ପାଇଛି । ତେବେ ଦର ବୃଦ୍ଧି ହେବା ଯୋଗୁଁ ଚାଷୀ ଲାଭବାନ ହେବେ କିନ୍ତୁ ଖାଉଟିଙ୍କ ଉପରେ ପଡିବ ଚଡକ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ