ତିନି ଦିନ ପରେ ବଢିବ ବର୍ଷାର ପରିମାଣ । ୪ରେ ପୁଣି ଲଘୁଚାପ ଆଶଙ୍କା । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ୩ ତାରିଖରୁ ବର୍ଷାର ପରିମାଣ ବଢିବ । ଆଇଏମଡିର ସୂଚନା ଅନୁସାରେ ଏହି ସମୟରେ ଉପକୂଳ ଓ ଦକ୍ଷିଣ ଓଡିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି । ଲଘୁଚାପ ଫଳରେ ଦୁଇ ତିନି ଦିନ ବର୍ଷା ହେବାର ସମ୍ଭାବନା ରହିଛି । ୨ ତାରିଖରୁ ପୁଣି ବର୍ଷା ଆରମ୍ଭ ହୋଇଯିବ। କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୩ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା