ପୁରୀରେ ଖୋଲିବ ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ ବିଭାଗ ବା ଏଏସଆଇର ନୂଆ ସର୍କଲ ମୁଖ୍ୟାଳୟ । କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଏହି ନିଷ୍ପତି ନେଇଛି । ଟ୍ୱିଟ୍ କରି କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ବାବଦରେ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଏସଆଇ କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀତିରାଜର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ କରିଥାଏ । ୨୦୧୩ ମସିହାରେ ତତ୍କାଳୀନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ପୁରୀ ଗସ୍ତରେ ଆସିଥିବା ବେଳେ ତତ୍କାଳୀନ ଶ୍ରୀ ଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଷ୍ଟ୍ରପତିଙ୍କୁ ଭେଟି ରାଜ୍ୟ ସରକାରଙ୍କ ଦାବି ବିଷୟରେ ଜଣାଇଥିଲେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା