୧୨୦ ଶିକ୍ଷକ ପ୍ରଶିକ୍ଷକ ପଦବୀ ପୂରଣ ପାଇଁ ଅନୁମୋଦନ । ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ୧୨୦ ଶିକ୍ଷକ ପଦବୀ ପୂରଣ ରାୋଇଁ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନୁମୋଦନ ଦେଇଛନ୍ତି । ଏଥିପାଇଁ ଓଡ଼ିଶା ଷ୍ଟାଫ୍ ସିଲେକସନ କମିଶନ ଡିସେମ୍ବର ୧୨ରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଡିସେମ୍ବର ୨୦ରେ ଅନଲାଇନ ପଞ୍ଜିକରଣ ଆରମ୍ଭ ହୋଇଛି । ଯାହାକି ଜାନୁଆରୀ ୧୯ ପର୍ଯ୍ୟନ୍ତ ଜାରି ରହିବ । କେବଳ ଅନଲାଇନ ମାଧ୍ୟମରେ ହିଁ ପଞ୍ଜୀକରଣ କରାଯିବ । ଏଥିପାଇଁ କୌଣସି ଦେୟ ଦେବାକୁ ପଡ଼ିବନି । ତିନୋଟି ପର୍ଯ୍ୟାୟରେ ପରୀକ୍ଷା କରାଯିବ । ପ୍ରାଥମିକ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ସାର୍ଟିଫିକେଟ୍ ଯାଞ୍ଚ, ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ପରୀକ୍ଷା କରାଯିବ । କେବଳ ଇଂରାଜୀ ବିଷୟ ବ୍ୟତୀତ ପରୀକ୍ଷା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ତଥ୍ୟ ପରେ ପ୍ରକାଶ କରାଯିବ ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା