ଲୋୟର ପିଏମଜିରେ ବିଜେପିର ଆନ୍ଦୋଳନ ମାମଲା । ଘଟଣାରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ । ଏହାସହ ଦଳ ଦେଇଥିବା ଏତଲା ପୁଲିସ ଗ୍ରହଣ କରିନଥିବା ଅଭିଯୋଗ ହୋଇଛି । ଏହାର ପ୍ରତିବାଦରେ ଆଜି ରାଜ୍ୟର ସବୁ ଥାନାରେ ଏତଲା ଦେଲା ଭାରତୀୟ ଜନତା ପାର୍ଟି । ପୋଲିସ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କରି ପୋଲିସ ଡିଜି, ପୋଲିସ କମିଶନର ଏବଂ ଭୁବନେଶ୍ୱର ଡିସିପିଙ୍କ ବିରୁଦ୍ଧରେ ଖାରବେଳ, ଚନ୍ଦ୍ରଶେଖରପୁର ଓ ଏୟାରଫିଲ୍ଡ ଥାନାରେ ଏଫଆଇଆର ଦିଆଯାଇଛି । ସେହିପରି ଆସନ୍ତାକାଲି ରାଜ୍ୟର ସମସ୍ତ ଏସପି ଅଫିସ ଆଗରେ ବିଜେପି ଯୁବ ମୋର୍ଚ୍ଚା କର୍ମୀ ବିକ୍ଷୋଭ ପ୍ରଦର୍ଶନ କରିବ । ଯଦି ଏଫଆଇଆର ଥାନାରେ ଗ୍ରହଣ କରାନଯାଏ କୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି ଚେତାବନୀ ଦେଇଛି ବିଜେପି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ