ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ । ଶ୍ରୀକ୍ଷେତ୍ରରେ ଏକାଠି ହେବ ସାରା ଦେଶ । ତେବେ ବାହାରୁ ଆସୁଥିବା ଅତିଥିମାନଙ୍କୁ ଶ୍ରୀଜଗନ୍ନାଥ ସଂସ୍କୃତି ସହ ଯୋଡିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନରେ ସୃଷ୍ଟି ହେବ ରଥଯାତ୍ରାର ଭ୍ରମ । ପୌଷ ମାସରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଦେଖିପାରିବେ ଆଷାଢ ମାସରେ ହେଉଥିବା ତିନିରଥ । ଏଥିପାଇଁ ରଥଗୁଡ଼ିକର ପ୍ରସ୍ତୁତି କାମ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପରିକ୍ରମା ପ୍ରକଳ୍ପ ଲୋକାର୍ପଣରେ ଶ୍ରୀକ୍ଷେତ୍ରକୁ ଜଗନ୍ନାଥମୟ କରିବା ପାଇଁ ଉଦ୍ୟମ ଜାରି ରହିଛି । ଏହି କ୍ରମରେ ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ତିନିରଥ ନନ୍ଦିଘୋଷ, ତାଳଧ୍ୱଜ ଓ ଦେବଦଳନ ପ୍ରଦର୍ଶନ କରାଯିବ । ଏଥିପାଇଁ ପ୍ରଶାସନ ପକ୍ଷରୁ ନନ୍ଦିଘୋଷର ରଥ ମୁଖ୍ୟ ରୂପକାର ରାଜେନ୍ଦ୍ର ମହାପାତ୍ରଙ୍କୁ ଦାୟିତ୍ୱ ଦେଇଛି ପ୍ରଶାସନ ।
“The eyes believe themselves, the ears believe other people.”
More Stories
ପ୍ୟାଣ୍ଟ ପଛ ପକେଟରେ ପର୍ସ ରଖୁଛନ୍ତି କି..
12ଟି ରାଶି ଉପରେ କଣ ରହିବ ମହାଶିବରାତ୍ରିର ପ୍ରଭବ
ଜାଣନ୍ତୁ ଶିବରାତ୍ରିର ପୂଜା ବିଧି, ମନ୍ତ୍ର, ସମୟ, ଉପବାସର ସମ୍ପୂର୍ଣ୍ଣ ନିୟମ