ପ୍ରକାଶ ପାଇଲା ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ବିଜ୍ଞାନରେ ପାସ ହାର ୮୪.୯୩ ପ୍ରତିଶତ । ୭୭ହଜାର ୪୬୮ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି । ୧୪୭୦ ଏକ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି । ତେବେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି । ବିଜ୍ଞାନରେ ଛାତ୍ରୀଙ୍କ ପାସ ହାର ୮୫.୬୭ ପ୍ରତିଶତ । ଛାତ୍ରଙ୍କ ପାସହାର ୮୪.୨୮ ପ୍ରତିଶତ । ସେହିପରି ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ହୋଇଥିବା ଜଣାପଡିଛି । ୭୪୧୦ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ, ୪୫୪୩ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ, ୭୪୯୨ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ମୋଟ ୧୯,୫୩୬ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ୧୮୭୪୦ ରେଗୁଲାର ପରୀକ୍ଷାର୍ଥୀ ପାସ କରିଥିବା ବେଳେ ୭୮୯ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ପାସ୍ କରିଛନ୍ତି ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା