ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇଛି । କଳାରେ ମୋଟ ୨ ଲକ୍ଷ ୧୩ ହଜାର ୪୩୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷା ଦେଇଥିବା ସୂଚନା ରହିଛି । ତେବେ କଳାରେ ମୋଟ୍ ପାସ୍ ହାର ୮୧.୧୦ ପ୍ରତିଶତ ରହିଛି । ଖୋର୍ଦ୍ଧା ଜିଲ୍ଲାରେ ପାସ୍ ହାର ସର୍ବାଧିକ ରହିଛି । କଳାରେ ଛାତ୍ରଙ୍କ ପାସ୍ହାର ଅପେକ୍ଷା ଛାତ୍ରୀଙ୍କ ପାସ୍ହାର ଅଧିକ ରହିଛି । ଛାତ୍ରଛାତ୍ରୀମାନେ www.odisharesults.nic.in ରେ ନିଜର ରେଜଲ୍ଟ ଦେଖି ପାରିବେ । ଅପରାହ୍ନ ୫ଟା ବେଳେ ଛାତ୍ରଛାତ୍ରୀମାନେ ନିଜର ରୋଲ୍ ନମ୍ୱର ଦେଇ ପରୀକ୍ଷା ଫଳ ଜାଣିପାରିବେ ବୋଲି କର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା