ଆଗେଇ ଚାଲିଛି କଂଗ୍ରେସର ଭାରତ ଯୋଡ ଯାତ୍ରା । କଡ଼ା ସୁରକ୍ଷା ମଧ୍ୟରେ ଆଜି ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ଯାତ୍ରା ଜମ୍ମୁ କାଶ୍ମୀରରେ ପ୍ରବେଶ କରିଛି । ତେବେ ଜମ୍ମୁ କାଶ୍ମୀର ହେଉଛି ଭାରତ ଯୋଡ଼ୋ ଯାତ୍ରାର ଶେଷ ଗନ୍ତବ୍ୟ ସ୍ଥଳ । ଭାରତ ଯୋଡ଼ୋ ଯାତ୍ରା ଏହିଠାରେ ହିଁ ଶେଷ ହେବ। ତେବେ ରାହୁଲ ଗାନ୍ଧୀ ଜମ୍ମୁ-କଶ୍ମୀରର କାଠୁଆରେ ନିଜର ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ କରିଥିବା ବେଳେ ପ୍ରଥମ କରି ଜ୍ୟାକେଟ୍ ପିନ୍ଧିଥିବାର ନଜର ଆସିଛନ୍ତି । ପୂର୍ବରୁ ହାଡ଼ଭଙ୍ଗା ଶୀତରେ ବି ରାହୁଲ କେବଳ ଖଣ୍ଡିଏ ଟି-ସାର୍ଟ ପିନ୍ଧି ଯାତ୍ରାରେ ଚାଲୁଥିବା ନଜର ଆସିଥିଲେ । କନ୍ୟାକୁମାରୀରେ ଯାତ୍ରା ଆରମ୍ଭ ହେବାକୁ ନେଇ ପଞ୍ଜାବ-ହିମାଚଳ ପର୍ଯ୍ୟନ୍ତ ରାହୁଲଙ୍କୁ କେବଳ ଟି-ସାର୍ଟରେ ଦେଖିବାକୁ ମିଳିଥିଲା। ଯାହାକୁ ନେଇ ସେ ଖୁବ୍ ଚର୍ଚ୍ଚାରେ ରହିଥିଲେ।
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ