ସଫଳତାର ଆଉ ଏକ ପାହାଚ ଅତିକ୍ରମ କଲା ଇସ୍ରୋ । ଅଲଗା ହେଲେ ପ୍ରପଲସନ ମଡ୍ୟୁଲ ଓ ଲ୍ୟାଣ୍ଡର । ଲ୍ୟାଣ୍ଡର ବିକ୍ରମ ଆଜି ଚନ୍ଦ୍ରଯାନରୁ ଅଲଗା ହୋଇଛି । ପ୍ରପଲସନ ଓ ଲ୍ୟାଣ୍ଡର ମୋଡ୍ୟୁଲ ଅଲଗା ହେବା କିଛି ଘଣ୍ଟା ଇସ୍ରୋ ପାଇଁ ଗୁରୁତ୍ବପୂର୍ଣ୍ଣ ସମୟ ଥିଲା । ୨୦ ଅଗଷ୍ଟରେ ଲ୍ୟାଣ୍ଡର କକ୍ଷରୁ ଅଲଗା କରାଯାଇ ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ସୂଚନା ମିଳିଛି । ଯଦି ଅଗଷ୍ଟ ୨୩ରେ ସଫ୍ଟ ଲ୍ୟାଣ୍ଡିଂ କରିବାରେ ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଏକ୍ଷେତ୍ରରେ ଆମେରିକା, ପୂର୍ବତନ ସୋଭିଏତ ଋଷ ଓ ଚୀନ ପରେ ଭାରତ ହେବ ଚତୁର୍ଥ ରାଷ୍ଟ୍ର । ଗତ ୨୦୧୯ରେ ଚନ୍ଦ୍ରଯାନ-୨ ସଫ୍ଟ ଲ୍ୟାଣ୍ଡିଂ ବିଫଳ ହେବା ପରେ ଇସ୍ରୋରେ ଖେଳିଯାଇଥିଲା ନୈରାଶ୍ୟ ।
More Stories
ବଡ ଅଧିକାରୀ କରୁଥିଲେ ଡ୍ରଗ୍ ଚୋରା ଚାଲାଣ
ହାଇଦ୍ରାବାଦରୁ ବ୍ୟାଙ୍କକ୍ ଯାଉଥିବା ବିମାନରେ ବୋମା..
ଅଧାଘଣ୍ଟାରେ ଦିଲ୍ଲୀରୁ ସାନ୍ ଫ୍ରାନ୍ସିସ୍କୋ ଯାତ୍ରା