The Topmost

“The eyes believe themselves, the ears believe other people.”

ପ୍ରବଳ ବର୍ଷା ନେଇ ଆଲର୍ଟ..

ଘୂର୍ଣ୍ଣିବଳୟ ଓ ସକ୍ରିୟ ମୌସୁମୀ ଟ୍ରପଲାଇନ ପ୍ରଭାବରେ ଭିଜୁଛି ଓଡ଼ିଶା । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଓ ୨୫ ତାରିଖରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ, ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ । ତଳି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଏଥିପାଇଁ ସତର୍କ ରହିବାକୁ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍ଥିତି ସଙ୍ଗୀନ ହୋଇପାରେ । ଝାଡ଼ଖଣ୍ଡ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏବେ ମୌସୁମୀ ଟ୍ରପଲାଇନ୍ ସକ୍ରିୟ ରହିଛି । ଏହାର ପ୍ରଭାବରେ ବର୍ଷା ଜାରି ରହିଛି । ୨୬ ତାରିଖ ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।