ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରୁଛି ମୌସୁମୀ ନିମ୍ନ ଚାପରେଖା । ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଆଲର୍ଟ କରାଯାଇଛି । ଏସବୁ ଜିଲ୍ଲାରେ ୭୦ରୁ ୧୧୦ମି.ମି ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି । କାଲି ଏବଂ ୧୮ ତାରିଖରେ ବର୍ଷାର ସର୍ବାଧିକ ପ୍ରଭାବ ପଡିବ । କାଲି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ନରବଙ୍ଗପୁର, ମାଲକାନଗିରି, କୋରାପୁଟ ଏବଂ ବଲାଙ୍ଗୀର ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା