ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ । ଏଥିପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଏବଂ ଯାଜପୁରକୁ ସତର୍କତା ଜାରି ହୋଇଛି । ସେପଟେ ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା