The Topmost

“The eyes believe themselves, the ears believe other people.”

Kolkata: People holding umbrellas during rainfall in Kolkata on Monday June 14, 2021.(Photo: Kuntal Chakrabarty/ IANS)

ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ। ପ୍ରବଳ ବର୍ଷା ପାଇଁ ଆଜି ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କଟକ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ସତର୍କତା ଜାରି ହୋଇଛି। କିଛି ସ୍ଥାନରେ କୁଆପଥର ବୃଷ୍ଟି ସମ୍ଭାବନା ରହିଛି । ଅଧିକାଂଶ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ କରାଯାଇଛି । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଝଡ଼ବର୍ଷା ବେଳେ ଘରୁ ନବାହାରିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି । ଏହାସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି ସହ ଜିଲ୍ଲାପାଳମାନଙ୍କୁ ଏସ୍ଆରସି ଚିଠି ଲେଖିଛନ୍ତି । ଆବଶ୍ୟକ ପଦକ୍ଷେପ ଗ୍ରହଣ ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।