ମୌସୁମୀ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା । ଆସନ୍ତାକାଲି ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ବିଶେଷକରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ । ଆଜି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କଟକ, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।
“The eyes believe themselves, the ears believe other people.”
More Stories
ଆଉ ହେବନି ବାଟମାରଣା, ଖଣି ଜଗିବେ ଓଆଇଏସ୍ଏଫ୍ ଜବାନ୍
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା