ଭୀଷଣ ଅବପାତର ରୂପ ନେଲା ଲଘୁଚାପ । ବର୍ତ୍ତମାନ ଛତିଶଗଡ଼ ମୁହାଁ ହୋଇଛି ଅବପାତ । ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୯ ଜିଲ୍ଲାକୁ ଅରେଞ୍ଜ, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷକରି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର ଓ ବରଗଡ଼ରେ ପ୍ରବଳ ବର୍ଷା ହେବ । କାଲି ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୧୨ ତାରିଖରେ ସାମାନ୍ୟ ବର୍ଷା କମିବ । ପରେ ୧୩ରୁ ପୁଣି ବର୍ଷାର ପରିମାଣ ବଢ଼ିବ । ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶାରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ତଳମୁଣ୍ଡରେ ବର୍ଷାର ପରିମାଣ ବୃଦ୍ଧି ପାଇବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍