ବିଜେଡି ରାଜ୍ୟସଭା ପାଇଁ ଦୁଇଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । କଟକ-ବାରବାଟୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ନେତା ସୁଭାଶିଷ ଖୁଣ୍ଟିଆ ରାଜ୍ୟସଭା ଯିବେ । ଏ ନେଇ ବିଧିବଦ୍ଧ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଆଜି ମଧ୍ୟାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇ ପ୍ରାର୍ଥୀ ପ୍ରାର୍ଥୀ ପତ୍ର ଦାଖଲ କରିବେ ବୋଲି ସୂଚନା ମିଳିଛି । ରାଜ୍ୟସଭା ନିର୍ବାଚନରେ ବିଜେଡିର ତିନି ପ୍ରାର୍ଥୀ ଜିତିବା ଏକ ପ୍ରକାର ସ୍ପଷ୍ଟ । ହେଲେ ତୃତୀୟ ପ୍ରାର୍ଥୀଙ୍କ ନାମ ଘୋଷଣା ନକରି ସମସ୍ତଙ୍କୁ ସସପେନ୍ସରେ ରଖିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେଣୁ ରାଜ୍ୟସଭା ଦୌଡରେ ଆଦୌ ଚର୍ଚ୍ଚାରେ ନଥିବା ନେତାଙ୍କୁ ତୃତୀୟ ପ୍ରାର୍ଥୀ କରି ବିଜେଡି ସୁପ୍ରିମୋ ସମସ୍ତଙ୍କୁ ଚମକାଇ ଦେଇପାରନ୍ତି । ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଏଥିପାଇଁ ପ୍ରକାଶ ପାଇସାରିଛି ବିଜ୍ଞପ୍ତି । ଫେବ୍ରୁଆରୀ ୧୫ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି । ଫେବ୍ରୁଆରୀ ୧୬ରେ ପ୍ରାର୍ଥିପତ୍ର ଯାଂଚ, ୨୦ରେ ହେବ ପ୍ରାର୍ଥିପତ୍ର ପ୍ରତ୍ୟାହାର । ଏପ୍ରିଲ ୩ ତାରିଖରେ ସରୁଛି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟକାଳ । ଏମାନଙ୍କ ସ୍ଥାନରେ ୩ ଜଣ ଯିବେ ରାଜ୍ୟସଭା ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି