ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି । ଆଜି ବଜ୍ରପାତ ସହ ବର୍ଷା ନେଇ ୧୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର ଏବଂ ବୌଦ୍ଧ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ଆସନ୍ତାକାଲି ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପ୍ରଭାବରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିବ । ୧୩ ତାରିଖରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ତାରିଖ ପାଇଁ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଟି ଜିଲ୍ଲାକୁ କରାଯାଇଛି ଆଲର୍ଟ । ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଲଘୁଚାପର ରୂପ । ଦୁଇଟି ଲଘୁଚାପ ପ୍ରଭାବରେ ୧୧ ରୁ ୨୧ ମଧ୍ୟରେ ସ୍ବାଭାବିକ ଠାରୁ ଦୁଇଗୁଣ ବର୍ଷା ନେଇ ଆକଳନ କରାଯାଇଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି