ବଢ଼ିଲା ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କ ଅଡୁଆ । ମହିଳା ଆଇଆଇସିଙ୍କୁ ଆକ୍ରମଣ ମାମଲାରେ ଆଗୁଆ ଜାମିନ ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ । ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି । ସେହିପରି ସମ୍ବଲପୁର ସଦର ତହସିଲଦାରଙ୍କୁ ଧମକ ଦେବା ଓ ଦୁର୍ବ୍ୟବହାର ନେଇ କ୍ଷେତରାଜପୁର ଥାନାରେ ମାମଲା ରୁଜ୍ଜୁ ହୋଇଥିଲା । ଏହି ମାମଲାରେ ହାଇକୋର୍ଟ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି । ଏହାସହିତ ଅଭିଯୁକ୍ତ ତଳକୋର୍ଟରେ ଆତ୍ମସମର୍ପଣ କରି ନିୟମିତ ଜାମିନ ଆବେଦନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ଦେବବ୍ରତ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା