ବଢିଲା ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ । ଷ୍ଟାଇପେଣ୍ଡ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନର୍ସିଂ, ଫାର୍ମାସୀ ଓ ଆଲାଏଡ୍ ମେଡିକାଲ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବୃଦ୍ଧି ହୋଇଛି । ଡି.ଫାର୍ମା ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୨୫୦ରୁ ୫୦୦ ଟଙ୍କାକୁ ବୃଦ୍ଧି ହୋଇଥିବାବେଳେ ଏଏନଏମଙ୍କ ଷ୍ଟାଇପେଣ୍ଡ ୧ ହଜାରରୁ ୨ହଜାର, ବିଏସସି ନର୍ସିଂ(ଇଣ୍ଟର୍ନସିପ) ଷ୍ଟାଇପେଣ୍ଡ ୨୫୦୦ରୁ ୫ହଜାର, ଏମ.ଫିଲ୍ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୭ହଜାରରୁ ୧୦ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏମକେସିଜି ଗସ୍ତ କରିଥିବା ସମୟରେ ମେଡିକାଲ ଛାତ୍ରଛାତ୍ରୀ ଷ୍ଟାଇପେଣ୍ଡ ବୃଦ୍ଧି ପାଇଁ ଅନୁରୋଧ କରିଥିଲେ। 5T ଅଧ୍ୟକ୍ଷଙ୍କ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଷ୍ଟାଇପେଣ୍ଡ ବୃଦ୍ଧି, ରୋଗୀ ସେବା ପାଇଁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ