ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା । ହୀରାକୁଦ ଜଳଭଣ୍ଡାରର ବଢୁଛି ଜଳସ୍ତର । ସକାଳ ୬ଟା ସୁଦ୍ଧା ୬୧୩ ଫୁଟରେ ପହଞ୍ଚିଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର । ପ୍ରତି ସେକେଣ୍ଡରେ ୧ ଲକ୍ଷ ୪୦ ହଜାର ୫୭୫ ଘନଫୁଟ ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୪୦ ହଜାର ଘନଫୁଟ ବନ୍ୟାଜଳ । ସେପଟେ ଆଉ ଦିନକ ପରେ ହୀରାକୁଦ ଛାଡ଼ିବ ବର୍ଷର ପ୍ରଥମ ବନ୍ୟାଜଳ । ସେପଟେ ଜୁଲାଇ ୨୩ରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ଆସନ୍ତା ରବିବାର ସକାଳ ୯ଟାରେ ପୂଜାର୍ଚ୍ଚନା ପରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ । ଏଥିପାଇଁ ସତର୍କତା ଜାରି କରିଛନ୍ତି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା