ଝାଡ଼ଖଣ୍ଡ ରାଜନୀତିରେ ହାଇଭୋଲଟେଜ୍ ଡ୍ରାମା । ଜମି ଦୁର୍ନୀତି ମାମଲାରେ ଛନ୍ଦି ହୋଇଥିବା ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପଦ ଏବେ ସଙ୍କଟରେ । ୭ଥର ସମନ ସତ୍ୱେ ଇଡି ନିକଟରେ ହାଜର ନହେବା ପରେ ସୋରେନଙ୍କୁ ଘାରିଛି ଗିରଫ ଭୟ । ଏହା ଭିତରେ ନିଜ ପଦ ସୁରକ୍ଷିତ ରଖିବା ପାଇଁ ନିଜ ପତ୍ନୀଙ୍କୁ କ୍ଷମତା ହସ୍ତାନ୍ତର କରିବାକୁ ବିଚାର କରୁଛନ୍ତି ହେମନ୍ତ । ଆଜି ଏନେଇ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ଏହା ପରେ ପରେ ବିଧାୟକ ଦଳ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ସୋରେନ । ଆଉ କିଛି ଘଣ୍ଟା ମଧ୍ୟରେ ଝାଡ଼ଖଣ୍ଡ ରାଜନୀତିରେ ବଡ ଧରଣର ପରିବର୍ତ୍ତନ ହୋଇପାରେ । ମୁଖ୍ୟମନ୍ତ୍ରୀ ପଦ ଛାଡିପାରନ୍ତି ହେମନ୍ତ ସୋରେନ । ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ବିଧାୟକ ସର୍ଫରାଜ ଅହମଦ ଇସ୍ତଫା ଦେବା ପରେ ବ୍ୟକ୍ତିଗତ କାରଣ ଦର୍ଶାଇ ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ପଦ ଛାଡିପାରନ୍ତି ।
More Stories
ନବ ଦାସଙ୍କ ଭାଇ ଘରେ ଆୟକର ରେଡ୍
ଚିନ୍ତାରେ ଇଣ୍ଡି ମେଣ୍ଟ, ଦଳରେ ଚାଲିଛି ଗୋଳମାଳ
ଭାରତ ପାଇଁ ପରବର୍ତ୍ତୀ ରାସ୍ତା କଣ?