ଜମିଜମା ଇ-ରେଜିଷ୍ଟ୍ରେସନ୍ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ । ଭିଡ଼ ସମସ୍ୟା ଦୂର କରିବା ପାଇଁ ଅନ୍ ଲାଇନ୍ ସ୍ଲଟ୍ ବୁକିଂ କରିବାକୁ ପଡ଼ିବ । ସ୍ଲଟ୍ ବୁକିଂ ସମୟରେ ମିଳିଥିବା ସମୟ ଅନୁଯାୟୀ ଜମି ପଞ୍ଜୀକରଣ ହେବ । ଏନେଇ ଆଇଜିଆର ପକ୍ଷରୁ ଗତକାଲି ଘୋଷଣା କରାଯାଇଛି । ଆଇଜିଆରଙ୍କ ଘୋଷଣା ଅନୁସାରେ ଏଣିକି ଜମି କିଣାବିକା ବା ଯେକୌଣସି ସେଲ୍ ଡିଡ୍ ବା ପଞ୍ଜୀକରଣ ପାଇଁ ସବ୍ ରେଜିଷ୍ଟ୍ରାର ଅଫିସରେ ଭିଡ଼ ଲଗାଇବାର ଆବଶ୍ୟକତା ରହିବ ନାହିଁ । ଜମି କିଣାବିକା ପାଇଁ ଅନଲାଇନରେ ଆଗୁଆ ସ୍ଲଟ୍ ବୁକିଂ କରିବାକୁ ପଡ଼ିବ । ସ୍ଲଟରେ ମିଳିଥିବା ସମୟ ଅନୁସାରେ ଜମି ପଞ୍ଜୀକରଣ ହେବ । ଯଦି ଅନଲାଇନରେ ପୂର୍ବରୁ ପଞ୍ଜୀକରଣ କରି ସ୍ଲଟ୍ ନେଇ ନଥିବେ ତେବେ ଜମି କିଣିବା ପାଇଁ ଅନୁମତି ମିଳିବ ନାହିଁ । ବିଶେଷ କ୍ଷେତ୍ରରେ ଅନଲାଇନରେ ପଞ୍ଜୀକରଣ କରାଇ ତତ୍କାଳ ସ୍ଲଟ୍ ଦିଆଯିବାର ବ୍ୟବସ୍ଥା ମଧ୍ୟ ରହିବ । ଏଭଳି ନିୟମ କାର୍ଯ୍ୟକାରୀ କରିବାରେ ଓଡ଼ିଶା ପ୍ରଥମ ରାଜ୍ୟ ହେବାକୁ ଯାଉଛି । ଫଳରେ ଜାଲିଆତି କରି ଜମି କିଣାବିକା ଉପରେ ମଧ୍ୟ ଅଙ୍କୁଶ ଲାଗିପାରିବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି