ବଦଳିଲା ଯୁକ୍ତ ଦୁଇ ସିଲାବସ ଆଉ ପରୀକ୍ଷା ପ୍ରଣାଳୀ । ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ଜୀବ ବିଜ୍ଞାନର କିଛି ଅଧ୍ୟାୟକୁ ବାଦ ଦିଆଯାଇଛି । ୨୦୨୪ କାଉନସିଲ ପରୀକ୍ଷା ନୂଆ ସିଲାବସ ଅନୁଯାୟୀ ହେବ । CBSE ବାଦ ଦେଇଥିବା ଅଧ୍ୟାୟକୁ ଆଧାର କରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଏକାଡେମିକ କମିଟି ନୂଆ ସିଲାବସ୍ ଉପରେ ମୋହର ମାରିଛି । ଏହାସହ ଏଣିକି ୩ଟି ତ୍ରୈମାସିକ ପରୀକ୍ଷା ବଦଳରେ ୨ଟି ଇଣ୍ଟରନାଲ୍ ପରୀକ୍ଷା ହେବ । ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ କାଉନସିଲ ପରୀକ୍ଷାରୁ ୮୦% ମାର୍କ ଓ ଇଣ୍ଟରନାଲ୍ ପରୀକ୍ଷାରୁ ୨୦% ମାର୍କ ଆଧାର ରେ ଛାତ୍ର ଛାତ୍ରୀ ମାର୍କ ପାଇବେ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ କଳା ଓ ବାଣିଜ୍ୟ ବିଭାଗ ବିଷୟରେ ଶିଲାବସ୍ ପରିବର୍ତ୍ତନ ହୋଇନି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ