ମିଗଜୋମ ପ୍ରଭାବରେ ତାମିଲନାଡୁରେ ପ୍ରବଳ ବର୍ଷା ଜାରି ରହିଛି । ବର୍ଷା ଯୋଗୁ ଚେନ୍ନାଇ ସହରର ସ୍ଥିତି ବେହାଲ ହୋଇପଡିଛି । ପାଞ୍ଚ ଜଣଙ୍କ ଜୀବନ ଯାଇଛି । ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଅନେକ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି କରିଛି । କେଉଁଠି ଘର ଭିତରେ ପାଣି ପଶିଯାଇଛି ତ କେଉଁଠି ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଛି । ରାସ୍ତା ଉପରେ ଅନେକ ଗାଡି ମୋଟର ଫସି ଯାଇଛି । କାର ରାସ୍ତାରେ ଭାସୁଥିବା ଦେଖିବାକୁ ମିଳିଛି । ତେବେ ବର୍ଷା ଯୋଗୁ ୨୦୪ ଟି ଟ୍ରେନ ବାତିଲ ହୋଇଥିବା ବେଳେ ୭୦ ବିମାନ ଚଳାଚଳ ବାତିଲ କରିଦିଆଯାଇଛି । ବଡ଼ ବଡ଼ ଗାଡି, କାର, ଅଟୋ ଆଦି ବୁଡି ରହିଥିବା ଦେଖିବାକୁ ମିଳିଛି । ଚେନ୍ନାଇ ଏୟାରପୋର୍ଟ ରନୱେ ମଧ୍ୟ ବର୍ଷା ପାଣିରେ ବୁଡିଯାଇଛି । ବଡ଼ ବଡ଼ ଗଛ ଉପୁଡି ପଡିଥିବା ଦେଖିବାକୁ ମିଳିଛି । ବର୍ଷା ସହ ପବନ ହେଉଥିବାରୁ ଜନଜୀବନ ପ୍ରଭାବିତ ହୋଇଛି । ଫଳରେ ରାସ୍ତାରେ ଅନେକ ଗଛ ଭାଙ୍ଗି ପଡ଼ିଥିବା ବେଳେ ରାସ୍ତା ସଫା ପାଇଁ ଯୁଦ୍ଧକାଳୀନ ଭିତିରେ ଉଦ୍ୟମ ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ହେଉଥିବାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ପରାମର୍ଶ ଦିଆଯାଇଛି । ବାତ୍ୟା ମୁକାବିଲା ଓ ଜଳ ନିଷ୍କାସନ ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ । କଂଟ୍ରୋଲ୍ ରୁମ୍ ପରିଦର୍ଶନ କରି ସଜାଗ ରହିବାକୁ କହିଛନ୍ତି ଏମକେ ଷ୍ଟାଲିନ୍ । ଏପଟେ ଆନ୍ଧ୍ର ଉପକୂଳବର୍ତ୍ତୀ ଅଞ୍ଚଳ ଅଧିକ ପ୍ରଭାବିତ ହେବା ଆଶଙ୍କା ଥିବାରୁ ମୁକାବିଲା ପାଇଁ ଜୋରଦାର ପ୍ରସ୍ତୁତି କରିଛନ୍ତି ଆନ୍ଧ୍ର ସରକାର
“The eyes believe themselves, the ears believe other people.”
More Stories
ରାତିରେ ହଇରାଣ କରୁଛି କି ଆପଣଙ୍କ ଶିଶୁ
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର