ବେଆଇନ ବାଣ କାରଖାନାରେ ବିସ୍ଫୋରଣ । ୮ମୃତ, ୧୨ରୁ ଅଧିକ ଗୁରୁତର । ଘଟଣା ଘଟିଛି ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲ୍ଲା ନିଲଗଞ୍ଜ ଗ୍ରାମରେ । ଆଜି ସକାଳେ ଗ୍ରାମରେ ଥିବା ଏକ ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଫ୍ୟାକ୍ଟ୍ରିରେ କାମ କରୁଥିବା ୮ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ନିକଟସ୍ଥ ହସ୍ପିଟାଲରେ ଗୁରୁତରଙ୍କ ଚିକିତ୍ସା ଚାଲିଛି । ପୋଲିସ ଓ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେପଟେ ବିସ୍ଫୋରଣ ଯୋଗୁ ଆଖପାଖରେ ଥିବା କିଛି ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ।
More Stories
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ
ମିଥ୍ୟା ଦୁଷ୍କର୍ମ ଅଭିଯୋଗରେ ଯୁବକଙ୍କୁ ନ୍ୟାୟ, ଏବେ ଜେଲ ଯିବେ ମହିଳା
ରତନ ଟାଟଙ୍କ ପରେ କିଏ ସମ୍ଭାଳିବ ସାମ୍ରାଯ୍ୟ, ଚାଲିଛି ଖୁବ୍ ଚର୍ଚ୍ଚା