ବାବା ଧବଳେଶ୍ବରଙ୍କ ପୀଠରେ ଚାଲିଛି ପଞ୍ଚୁକ ବ୍ରତ । ବାବାଙ୍କ ପାଖରେ ଲାଗି ହୋଇଛି ପ୍ରସିଦ୍ଧ ଗଜ ଭୋଗ । ରାତି ଗୋଟାଏରୁ ନୀତିକାନ୍ତି ଆରମ୍ଭ ହୋଇ ମଙ୍ଗଳ ଆଳତୀ କରାଯାଇଥିଲା । ପରେ ୧୦୮ ସୁବାସିତ ଜଳ ଆଣି ସ୍ନାନ କରାଯାଇ ଖେଚୁଡି ଭୋଗ ଓ ଘର୍ଷଣ ପରେ ମହାସ୍ନାନ କରାଯାଇ ବଡସିଂହାର ବେଶରେ ସୁସଜ୍ଜିତ କରାଯାଇଥିଲା । ଏହାପରେ ଗଜଭୋଗ ଲାଗି କରା ଯାଇଥିଲା। ପୂଜକଙ୍କ ପରିବାର ପକ୍ଷରୁ ଚାଉଳ, ମୁଗ, ଗୁଡ, ନଡିଆ ସହ ବିଭିନ୍ନ ଦ୍ରବ୍ୟର ମିଶ୍ରଣର ଏହି ଗଜଭୋଗ ପ୍ରସ୍ତୁତି କରାଯାଇଥାଏ । ଏହି ଗଜ ଭୋଗକୁ ପାଇବା ପାଇଁ ଭକ୍ତ ବର୍ଷ ତମାମ ଅପେକ୍ଷା କରି ରହିଥାଏ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା