ଆଜିଠୁ ବିଜୁ ବାବୁଙ୍କ ପ୍ରିୟ ଡାକୋଟାକୁ ଦେଖିବେ ଓଡ଼ିଶାବାସୀ । ପ୍ରବାଦ ପୁରୁଷଙ୍କ ବୀରତ୍ୱର ମୁକସାକ୍ଷୀ ଡାକୋଟାକୁ ପାଖରୁ ଦେଖିବେ ଜନସାଧାରଣ । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପୂର୍ଣ୍ଣ ରୂପ ନେଇଛି ବିଜୁ ବାବୁଙ୍କ ପ୍ରିୟ ଡାକୋଟା । ତାଙ୍କ ଜୟନ୍ତୀ ଅବସରରେ ଏହାକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୦ ମିଟର ପରିଧିର ମାର୍ବଲ୍ ଓ ଗ୍ରାନାଇଟ୍ ଖଚିତ ପ୍ଲାଟଫର୍ମ ଉପରେ ଦଣ୍ଡାୟମାନ ହୋଇଛି ବିଶାଳ ଡାକୋଟା । ଦ୍ୱିତୀୟ ବିଶ୍ୱଯୁଦ୍ଧ, ସ୍ୱାଧୀନତା ମୁକ୍ତି ସଂଗ୍ରାମ, କାଶ୍ମୀରରେ ଅନୁପ୍ରବେଶକୁ ପ୍ରତିହତ କରିବା ପାଇଁ ବିଜୁ ବାବୁ ଯେପରି ଅଦମ୍ୟ ସାହାସ ଦେଖାଇଥିଲେ ପୂର୍ବରୁ ସେସବୁ କାଗଜ କଲମରେ କେବଳ ପଢ଼ିବାକୁ ମିଳୁଥିଲା । ଏଣିକି ବାସ୍ତବରେ ଏହାକୁ ଦେଖିବେ ଜନସାଧାରଣ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍