ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ । ଶନିବାର ସନ୍ଧ୍ୟା ୭ଟା ୩୧ମିନିଟରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଗଞ୍ଜାମ ଦିଗପହଣ୍ଡିର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ କାର୍ଯ୍ୟ ତୁଲାଇଛନ୍ତି । ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ବିଭାଗରେ ମନ୍ତ୍ରୀଭାବେ କାର୍ଯ୍ୟ ମଧ୍ୟ କରିଛନ୍ତି ସୂର୍ଯ୍ୟ ପାତ୍ର । ୧୯୭୭ରେ ରାଜନୈତିକ ଜୀବନ ଆରମ୍ଭ କରିଥିଲେ ଜଣେ ସଫଳ ରାଜନେତା ଭାବେ ଓଡ଼ିଶା ରଜନୀତିରେ ଛାପ ଛାଡ଼ିଛନ୍ତି । ବ୍ରହ୍ମପୁର ମୁନିସିପାଲିଟିର କାଉନସିଲ ଭାବେ ରାଜନୀତିରେ ପ୍ରବେଶ କରିଥିଲେ । ସୂର୍ଯ୍ୟ ପାତ୍ର ଥରେ ବାଚସ୍ପତି ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ୧୯୯୦ ରୁ ୨୦୦୦ ଜନତା ଦଳ ଟିକେଟରୁ ନିର୍ବାଚନ ଲଢିଥିଲେ ସେତବେଳେ ଗଜପତି କିଲ୍ଲା ମୋହନାରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳରୁ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବରିଷ୍ଠ ବିଜେଡି ନେତା ସୂର୍ଯ୍ୟ ନାରାୟଣ ପାତ୍ର ୧୯୯୦ରେ ବିଧାୟକ ହେବାପରେ ବିଜୁ ପଟ୍ଟନାୟକ ସରକାରରେ ଜଙ୍ଗଲ, ମତ୍ସ୍ୟ ଓ ପଶୁସମ୍ପଦ ରାଷ୍ଟ୍ରମନ୍ତ୍ରୀ ଭାବେ ପ୍ରାୟ ୬ମାସ ପାଇଁ କାର୍ଯ୍ୟ କରିଥିଲେ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି