ଧାମନଗର ଉପନିର୍ବାଚନ ପ୍ରଚାରରେ ବିଜେପିର ଅନୈତିକ କାର୍ଯ୍ୟକୁ ନେଇ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ବିଜେପି ଏସଏଚଜି ମହିଳାଙ୍କୁ ଅପମାନିତ କରୁଛି । ଅର୍ଥବଳରେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରାଯାଉଛି । ଏପରିକି ସ୍ଥାନୀୟ ପ୍ରଶାସନ ଉପରେ ମଧ୍ୟ ଚାପ ସୃଷ୍ଟି କରୁଛନ୍ତି ରାଜ୍ୟ ବିଜେପି ନେତା ଓ କର୍ମୀ । ଏପରି ଅଭିଯୋଗ ଆଣି ଦିଲ୍ଲୀରେ ନିର୍ବାଚନ କମିଶନରଙ୍କୁ ଭେଟିଛି ବିଜେଡିର ଏକ ପ୍ରତିନିଧି ଦଳ । ସାଂସଦ ସସ୍ମିତ ପାତ୍ରଙ୍କ ନେତୃତ୍ବରେ କମିଶନଙ୍କୁ ଭେଟିଛନ୍ତି ୪ଜଣିଆ ପ୍ରତିନିଧି ଦଳ । ସାଂସଦ ନିରଞ୍ଜନ ବିଶି, ମୁନ୍ନା ଖାଁ ଓ ଚନ୍ଦ୍ରଶେଖର ସାହୁ କମିଶନରଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି । ତୁରନ୍ତ କାର୍ଯ୍ୟାନୁଷ୍ଠାନ ଲାଗି ଦାବି ପତ୍ର ଦେଇଛନ୍ତି । ଏସଏଚଜି ମହିଳାଙ୍କ ମିଛ ଭିଡିଓ ଭାଇରାଲ କରି ୭୦ ଲକ୍ଷରୁ ଅଧିକ ସ୍ବୟଂ ସହାୟିକା ମହିଳାଙ୍କୁ ଅପମାନିତ କରାଯାଉଛି । ହାରିଯିବା ଭୟରେ ବ୍ୟାପକ ଭାବେ କଳା ଟଙ୍କାର ବ୍ୟବହାର କରି ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରାଯାଉଛି । ସେହିପରି ପ୍ରଶାସନ ବିରୋଧରେ ମିଛ ଅଭିଯୋଗ ଆଣି ସ୍ଥାନୀୟ ଅଧିକାରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରାଯାଉଛି । ରାଜ୍ୟ ବିଜେପି ନେତାଙ୍କୁ ଏହି ସବୁ ଅନୈତିକ କାମରୁ ନିବୃତ କରିବାକୁ ଦାବି କରିଛି ବିଜେଡି । ଏଥିସହ ନିର୍ବାଚନମଣ୍ଡଳୀରେ ଅର୍ଥବଳ, ବାହୁବଳ ଓ ମିଛ ଅପପ୍ରଚାରକୁ ରୋକିବାକୁ ମନଟରିଂ ବ୍ୟବସ୍ଥାକୁ କଡ଼ା କଡି କରିବାକୁ ଦାବି କରିଛି ବିଜେଡି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି