ଆସନ୍ତା ଶିକ୍ଷାବର୍ଷରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡା ବିଷୟବସ୍ତୁ । ପରବର୍ତ୍ତୀ ସମୟରେ ଏହାକୁ ବାଧ୍ୟତାମୂଳକ କରାଯିବ। ଏହା ଭିତରେ ପୁରୁଷ ହକି ବିଶ୍ୱକପ ଆୟୋଜନ କରି ହକିର ହବ ପାଲଟିଛି ଓଡ଼ିଶା । କ୍ରୀଡା ପାଇଁ ୧୨୧୭ କୋଟି ଟଙ୍କାର ବଜେଟ ବ୍ୟୟ ବରାଦ ହୋଇଛି । କ୍ରୀଡା ପାଇଁ ୨ ହଜାର ୫ ସହ କୋଟିର ପ୍ରୋଜେକ୍ଟ ଓଡ଼ିଶାରେ ଚାଲୁରହିଛି । କର୍ପୋରେଟ ଓ କ୍ରୀଡାବୀତିଙ୍କ ପାଇଁ ହାଇ ପରଫର୍ମାନ୍ସ ସେଣ୍ଟର ଆରମ୍ବ କରାଯାଇଛି । ହକିର ପୀଠ ଭାବେ ସୁନ୍ଦରଗଡ଼ ଜିଲ୍ଲାରେ ୧୭ଟି ଆଷ୍ଟ୍ରୋ -ଟର୍ଫ ହକି ପଡିଆ ନିର୍ମାଣ ହୋଇଛି । ଏଥିସହ ରାଜ୍ୟର ସହରାଞ୍ଚଳରେ ୯୦ ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ପ୍ରତିଷ୍ଠା ସହ ୬ ଟି ଫିଫା ଷ୍ଟାଣ୍ଡାର୍ଡ ପିଚ ବିକଶିତ କରିଛନ୍ତି । ଓଡ଼ିଶାରେ କ୍ରିକେଟ ଉପରେ ଆଗାମୀ ଦିନରେ ଫୋକସ କରିବ କ୍ରୀଡା ବିଭାଗ ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା