ଧାମନଗର ଉପନିର୍ବାଚନ ପାଇଁ ବ୍ୟାପକ ବ୍ୟବସ୍ଥା । ବିନା ଓ୍ବାରେଣ୍ଟରେ ହୋଇପାରିବେ ଗିରଫ । ବୁଥର ଶହେ ମିଟର ମଧ୍ୟରେ ବିଚରଣ ଅପରାଧ । ଦୃଷ୍ଟିହୀନଙ୍କ ପାଇଁ ବ୍ରେଲ୍ ଇଭିଏମ୍ ବ୍ୟବସ୍ଥା ହୋଇଥିବା ବେଳେ ଭିନ୍ନକ୍ଷମ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୋଟର ପରିଚୟ ପତ୍ର ଛଡା ୧୨ ଟି ଅନ୍ୟ ଡକ୍ୟୁମେଣ୍ଟ ଦେଖାଇ ବି ଭୋଟ ଦେଇ ପାରିବେ ଭୋଟର । ସବୁ ବୁଥରେ ହେଲ୍ପ ଡେସ୍କ ରହିଛି । ଉପନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ୧ହଜାର ପୋଲିସ ନିୟୋଜିତ ହେବା ସହ ୪ କମ୍ପାନୀ ସିଆରପିଏଫ୍ , ୨୨ ପ୍ଲାଟୁନ୍ ରାଜ୍ୟ ସଶସ୍ତ୍ର ପୋଲିସ ବଳ, ୨୪ଟି ମୋବାଇଲ ପେଟ୍ରୋଲିଂ ଭ୍ୟାନ୍ ମୁତୟନ ହୋଇଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା