ଆଜି ମହାପ୍ରଭୁଙ୍କ ଅନବସରରେ ଅନ୍ତିମ ଦିନ । ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଆସନ୍ତାକାଲି ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଆସନ୍ତା ମଙ୍ଗଳବାର ରଥାରୂଢ ହୋଇ ଗୁଣ୍ଡିଚା ଯିବେ ମହାବାହୁ । ସେପଟେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । ରଥଯାତ୍ରା ବେଳେ ପୁରୀକୁ ଜଗିବେ ୧୮୦ ପ୍ଲାଟୁନ୍ ପୋଲିସ ଫୋର୍ସ । ସିସିଟିଭି କ୍ୟାମେରା ଓ କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ସହର ଉପରେ ରଖାଯିବ ତୀକ୍ଷ୍ଣ ନଜର । ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଓ ପୋଲିସ ସେବା ମନୋଭାବ ନେଇ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରାଥମିକତା ଦିଆଯାଇଛି । ରେଳବାଇ ଓ ତଟ ସୁରକ୍ଷା ସହ, ପହଣ୍ଡି, ରଥଟଣା, ଜନଗହଳି ନିୟନ୍ତ୍ରଣ, ଭିଆଇପିଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ବଛା ବଛା ୧୦୦୦ରୁ ଉର୍ଦ୍ଧ୍ବ ଅଧିକାରୀ ମୁତୟନ କରାଯିବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି