The Topmost

“The eyes believe themselves, the ears believe other people.”

ବିଶ୍ବ ସହ ଯୋଡ଼ିହେବ  ମିଲେଟ୍

ମହକିବ ମାଣ୍ଡିଆ, ମିଲେଟ୍ ସହ ଯୋଡ଼ିହେବ ବିଶ୍ବ । ଆଜିଠୁ ଭୁବନେଶ୍ବରରେ ଦୁଇ ଦିନିଆ ଆନ୍ତର୍ଜାତିକ ମିଲେଟ୍ ସମ୍ମିଳନୀ । ସମ୍ମିଳନୀର ବିଷୟବସ୍ତୁ ରହିଛି ଆଧୁନିକ ଯୁଗର ଆହ୍ବାନ ନିମନ୍ତେ ପ୍ରାଚୀନ ଶସ୍ୟ ମିଲେଟସ୍ । ଓଡ଼ିଶା ମିଲେଟ୍ ମିଶନକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଦୁଇ ଦିନିଆ ଆନ୍ତର୍ଜାତିକ ମିଲେଟ୍ ସମ୍ମିଳନୀ ଆୟୋଜନ କରୁଛି । ଭୁବନେଶ୍ବରର ଜନତା ମଇଦାନରେ ଆୟୋଜନ ହେଉଛି ବିରାଟ କାର୍ଯ୍ୟକ୍ରମ । ପୂରାଦେଶ ପାଇଁ ସମ୍ମିଳନୀରେ ମିଲେଟ୍ ପଲିସି ରୋଡମ୍ୟାପ୍ ପ୍ରସ୍ତୁତ ହେବ । ମାଣ୍ଡିଆ ଚାଷୀଙ୍କୁ ସ୍ବତନ୍ତ୍ର ପ୍ରୋତ୍ସାହନ ସହ ଘରେଘରେ ମିଲେଟ୍ ବ୍ୟବହାର ବୃଦ୍ଧି ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଲକ୍ଷ୍ୟ ରଖିଛି । ଦୁଇଦିନିଆ ଆନ୍ତର୍ଜାତିକ ସମ୍ମିଳନୀରେ ରାଉଣ୍ଡ ଟେବୁଲ ବୈଠକ, ବିଟୁ ବି ମିଟିଂ, ଖାଦ୍ୟ ମହୋତ୍ସବ, ମିଲେଟ୍ ଉପରେ କୁଇଜ ଓ ରନ୍ଧନ ପ୍ରତିଯୋଗିତା ହେବ ।