ଗୁରୁବାର ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି । ବିହାର ବିଧାନସଭାରେ ୬୫ ପ୍ରତିଶତ ସଂରକ୍ଷଣ ସଂଶୋଧନ ବିଲ୍ ଆଗତ କରାଯାଇଛି । ଏହି ବିଲ୍ ସମସ୍ତ ପକ୍ଷ ସର୍ବସମ୍ମତି କ୍ରମେ ପାରିତ ହୋଇଛି । ଏହି ବିଲ୍ ମୁତାବକ ବିହାରରେ ବର୍ତ୍ତମାନ ରାଜ୍ୟର ଖାଲିଥିବା ପଦବୀରେ ଅନୁସୂଚିତ ଜାତିକୁ ୨୦ ପ୍ରତିଶତ, ଅନୁସୂଚିତ ଜନଜାତି ୨ପ୍ରତିଶତ, ପଛୁଆ ବର୍ଗଙ୍କୁ ୧୮ ପ୍ରତିଶତ ଏବଂ ଅତ୍ୟଧିକ ପଛୁଆ ବର୍ଗଙ୍କୁ ୨୫ ପ୍ରତିଶତ ସଂରକ୍ଷଣ ମିଳିବ । ଏହି ସଂରକ୍ଷଣ ସମୁଦାୟ ୬୫ ପ୍ରତିଶତ । ତେବେ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବିଭାଗର ଲୋକଙ୍କ ପାଇଁ ପୂର୍ବରୁ ୧୦ ପ୍ରତିଶତ ସଂରକ୍ଷଣ ପୂର୍ବରୁ ପ୍ରଯୁଜ୍ୟ ରହିଛି । ମୋଟାମୋଟି ଭାବେ, ସରକାରୀ ଚାକିରି ଏବଂ ଶିକ୍ଷାନୁଷ୍ଠାନଗୁଡ଼ିକରେ ସଂରକ୍ଷଣର ପରିସର ବର୍ତ୍ତମାନ ୭୫ ପ୍ରତିଶତ ରହିବ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ