The Topmost

“The eyes believe themselves, the ears believe other people.”

ବୁଧବାର ସମସ୍ତଙ୍କୁ ଉଦ୍ଧାର କରାଯିବା ସମ୍ଭାବନା

ଉତ୍ତରକାଶୀରେ ଟନେଲ ଧସିବା ଘଟଣା । ଘଟଣାସ୍ଥଳରେ ଜାରି ରହିଛି ମେଗା ରେସ୍କ୍ୟୁ ଅପରେସନ । ବୁଧବାର ହିଁ ସମସ୍ତଙ୍କୁ ଉଦ୍ଧାର ସମ୍ଭାବନା ରହିଛି ବୋଲି କହିଛନ୍ତି ଉତ୍ତରକାଶୀ ବିପର୍ଯ୍ୟୟ ପରିଚାଳନା ସମ୍ପାଦକ ରଞ୍ଜିତ କୁମାର ସିହ୍ନା । ଫସିଥିବା ଶ୍ରମିକଙ୍କ ନିକଟରେ ପହଞ୍ଚିବା ଲାଗି ଏକ ଏସ୍କେପ ପାସେଜ ତିଆରି ହୋଇଛି । ଏହାର ଦୂରତା ପ୍ରାୟ ୬୦ ମିଟର । ୨୦ ମିଟରର ସ୍ଲାବକୁ ବାହାର କରାଯାଇଛି । ପାସେଜର ଆଉ ୩୫ ମିଟର ରାସ୍ତା ବାକି ରହିଛି । ଶ୍ରମିକଙ୍କ ନିକଟରେ ମେଡିସିନ, ବିଦ୍ୟୁତ, ଖାଦ୍ୟ, ପାନୀୟ ଓ ଅମ୍ଳଜାନ ସଫଳତାର ସହ ପହଞ୍ଚାଯାଉଛି । ଓ୍ବାଇଫାଇ ଜରିଆରେ ସେମାନଙ୍କ ସହ ଯୋଗାଯୋଗ ଜାରି ରହିଛି । ଟନେଲ ହେଉଥିବା ଅଞ୍ଚଳରେ ଭୂସ୍ଖଳନ ହେବା ଯୋଗୁ ଟନେଲ ଭିତର ଧସିଥିଲା ବୋଲି କୁହାଯାଇଛି । ବାରମ୍ବାର ମାଟି ଧସିବା ଯୋଗୁ ଉଦ୍ଧାର ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଛି । ହାଇଡ୍ରୋଲିକ ଜ୍ୟାକ ଜରିଆରେ ୯୦୦ ମିଲିମିଟର ଓସାରର ଏକ ପାଇପକୁ ଟନେଲ ଭିତରକୁ ପଠାଯିବା ପରେ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଆଶା ରଖିଛନ୍ତି ରେସ୍କ୍ୟୁ ଟିମ । ରେସ୍କ୍ୟୁ ଅପରେସନରେ ଜଳସେଚନ ବିଭାଗ ବିଶେଷଜ୍ଞଙ୍କୁ ସାମିଲ କରାଯାଇଛି । ସିଲ୍କୟାରାରୁ ଗଙ୍ଗୋତ୍ରୀ –ଯମୁନେତ୍ରୀକୁ ସଂଯୋଗ କରୁଥିବା ସାଢେ ଚାରି କିଲୋମିଟରର ଟନେଲର ଆରମ୍ଭରୁ ପ୍ରାୟ ୪୦୦ ମିଟର ବଫର ଜୋନରେ ଫସିଛନ୍ତି  ।