ବିଶ୍ବପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ ମାତ୍ର ଦୁଇଦିନ ବାକି ରହିଲା । ଏନେଇ ପ୍ରଶାସନ ତରଫରୁ ସମସ୍ତ ପ୍ରକାରର ବନ୍ଦୋବସ୍ତ ଶେଷ ହୋଇଛି । ଦୀର୍ଘ ଦୁଇବର୍ଷ ପରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ଭକ୍ତଙ୍କ ମନରେଖୁସିର ଲହରୀ । ସେପଟେ ଏସବୁକୁ ନେଇ ଚିନ୍ତା ପ୍ରକଟ କରିଛି ପ୍ରସାଶନ । ଭକ୍ତଙ୍କ ସୁରକ୍ଷାକୁ ନଜରରେ ରଖି ପ୍ରଶନ ପକ୍ଷରୁ ବିଭିନ୍ନ ପଦକ୍ଷେପ ମାନ ନିଆଯାଇ ଥିବାବେଳେ ଭକ୍ତଙ୍କ ପାଇଁ ୧୦ ଲକ୍ଷ ମାସ୍କର ବ୍ୟବସ୍ଥା ମଧ୍ୟ କରାଯାଇଛି । ତେବେ ଆସନ୍ତାକାଲି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ଦେଖିବାକୁ ମିଳିବ । ଏନେଇ ସକାଳ ୮ରେ ତାଟି ଫିଟିବା ପରେ ପ୍ରଥମ ଏକ ଘଣ୍ଟା ପରମାଣିକ ଦର୍ଶନ ପାଇଁ ଧାର୍ଯ୍ୟ ହୋଇ ଥିବାବେଳେ ସକାଳ ୯ରୁ ୧୦ଟା ୩୦ ସର୍ବସାଧାରଣ ଦର୍ଶନ ହେବ ।
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା