ପ୍ଲାଣ୍ଟିନମ ଜୁବଲି ପାଳୁଛି ଇଣ୍ଡିଆନ୍ ଆର୍ମୀ । ଆଜି ଭାରତୀୟ ସେନାର ୭୫ତମ ପ୍ରତିଷ୍ଠା ଦିବସ । ଦେଶର ସୁରକ୍ଷା ଲାଗି ସଂଗ୍ରାମ କରିଥିବା ଯବାନଙ୍କ ତ୍ୟାଗ ଓ ଅବଦାନକୁ ସ୍ମରଣ କରି ପ୍ରତିବର୍ଷ ପାଳନ ହେଉଛି ଭାରତୀୟ ସେନା ଦିବସ । ୧୮୯୫ ମସିହା ଏପ୍ରିଲ ୧ ତାରିଖରେ ବ୍ରିଟିଶ-ଇଣ୍ଡିଆନ ଆର୍ମି ପ୍ରତିଷ୍ଠା ହୋଇଥିଲା । ପରେ ଜେନେରାଲ ଫ୍ରାନସିସ ବଚର ଏହାର ମୁଖ୍ୟ ହୋଇଥିଲେ । ୧୯୪୯ ଜାନୁଆରୀ ୧୫ ତାରିଖରେ ଭାରତ ନିଜର ପ୍ରଥମ ସେନାମୁଖ୍ୟ ପାଇଥିଲା । ଜେନେରାଲ ଫ୍ରାନସିସଙ୍କଠାରୁ ଦାୟିତ୍ବ ନେଇଥିଲେ ଲେଫ୍ଟନାଣ୍ଟ ଜେନେରାଲ କେ.ଏମ. କାରିଆପ୍ପା । ସେହିଦିନଠାରୁ ଭାରତୀୟ ସେନା ନିଜର ପ୍ରତିଷ୍ଠା ଦିବସ ପାଳି ଆସୁଛି । ଏହି ଦିବସ ଅବସରରେ ଭାରତୀୟ ସେନାକୁ ସବୁଆଡ଼ୁ ଅଭିନନ୍ଦନର ସୁଅ ଛୁଟିଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍