ଆଜି ଭାଲେଣ୍ଟାଇନ୍ସ ଡେ ’। ପ୍ରେମୀଯୁଗଳଙ୍କ ପାଇଁ ପ୍ରେମ ଦିବସ । ପ୍ରେମ ବିଶ୍ବାସ, ପ୍ରେମ ବନ୍ଧନ, ପ୍ରେମ ହୃଦୟର ଅଦେଖା ବସା। ଭାଲେଣ୍ଟାଇନ୍ ଡେ’କୁ ପ୍ରେମ ଦିବସ କୁହାଯାଏ । ସେଥିପାଇଁ ଫେବୃଆରୀ ୧୪ରେ ସମଗ୍ର ବିଶ୍ୱରେ ଭାଲେଣ୍ଟାଇନ୍ ଡେ’ ପାଳନ କରାଯାଏ । ବିଶେଷକରି ପ୍ରେମୀଯୁଗଳଙ୍କ ପାଇଁ ଭାଲେଣ୍ଟାଇନ୍ ଡେ’ ଅତ୍ୟନ୍ତ ସ୍ୱତନ୍ତ୍ର । ଏହି ଦିନଟିକୁ ଚାହିଁ ରହିଥାନ୍ତି ପ୍ରେମ ପକ୍ଷୀ । ପ୍ରେମ ସ୍ନେହ, ତ୍ୟାଗର ସଞ୍ଚାର । ପ୍ରେମର ସ୍ରୋତରେ ଯିଏ ପଡିଛି ପ୍ରୀତିର ପ୍ରଗାଢତାରେ ସେ ଭିଜି ଯାଇଛି । ପ୍ରେମ ସପ୍ତାହର ଶେଷ ଦିନରେ ନିଜର ସାଥି ସହ ନିଆରା ଅନୁଭୂତି ସାଉଁଟିଥୀନ୍ତି ପ୍ରତିଟି ପ୍ରେମ ପକ୍ଷୀ । ଆଧୁନିକତାର ସ୍ପର୍ଶରେ ଭାଲେଣ୍ଟାଇନ୍ସ ଡେ’କୁ ଯୁବପିଢି ଦେଇଛନ୍ତି ନୂଆ ପରିଚୟ । ଏଥି ସହିତ, ଭାଲେଣ୍ଟାଇନ ଡେ’କୁ ସ୍ୱତନ୍ତ୍ର କରିବା ପାଇଁ ଲୋକମାନେ କୌଣସି ସୁଯୋଗକୁ ବି ହାତଛଡା କରନ୍ତି ନାହିଁ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍