ଭିଜିଲାନ୍ସ ଜାଲରେ କଟକ ଡମପଡ଼ା ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସର ଚଢାଉ । ବାରଙ୍ଗ କୁହ୍ନେଇପଡ଼ାରେ ଥିବା ତିନି ମହଲା କୋଠା, କେନ୍ଦ୍ରାପଡ଼ା ରାଜକନିକାର ତନେଇପଡ଼ାରେ ଥିବା ପୈତୃକ ଘର ଓ ଡମପଡ଼ା ବ୍ଲକ ଅଫିସରେ ରେଡ୍ ହେଉଛି । ସେପଟେ କଟକ ଚୌଦ୍ୱାର ହାଉସିଂ ବୋର୍ଡ କଲୋନୀରେ ଥିବା ଭାଇ ଅରୁଣ କୁମାର ରାଉତଙ୍କ ଘରେ ମଧ୍ୟ ଚଢାଉ କରିଛି ଭିଜିଲାନ୍ସ । ତେବେ ଏହି ଚଢାଉରେ ୪ଜଣ ଡିଏସପି, ୧୦ ଇନସ୍ପେକ୍ଟର ସାମିଲ ହୋଇଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା